ହୋଲିକୁ ଆଖି ଆଗରେ ରଖି ପୁଣି ଦେଶରେ ବହୁତ ମାତ୍ରାରେ ଶସ୍ତା ହେଲା ,ସୁନା , ରୂପା ! ଆଜିର ରେଟ୍ ଜାଣିଲେ ଆପଣ ଖୁସି ହୋଇଯିବେ……

0

ନୂଆଦିଲ୍ଲୀ: ଶୁକ୍ରବାର ସୁନା ଓ ରୁପା ମୂଲ୍ୟ ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି। ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି। ଦେଶରେ ଗୁରୁବାର ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା। ସେହିପରି ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦ ଟଙ୍କାର ହ୍ରାସ ଘଟିଛି।

ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୬୦ ଟଙ୍କାରେ ପହଞ୍ଚିଛି। ଯାହା ଗୁରୁବାର ଏହାର ମୂଲ୍ୟ ୪୪,୯୨୦ ଟଙ୍କା ଥିଲା। ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୬୦ ଟଙ୍କାର ହ୍ରାସ ଘଟିଛି। ଫଳରେ ୧୦ ଗ୍ରାମ ସୁନା ଦର ୪୩,୭୬୦ ଟଙ୍କାରେ ପହଞ୍ଚିଛି । ସେହିପରି ଗୁରୁବାର ଏହାର ମୂଲ୍ୟ ୪୩,୯୨୦ ଟଙ୍କା ଥିଲା।

ସେହିପରି ଶୁକ୍ରବାର ଦେଶରେ ରୁପା ମୂଲ୍ୟ ରେ ମଧ୍ୟ ହ୍ରାସ ଘଟିଛି। ଗୁରୁବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ଶୁକ୍ରବାର ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଛି। ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୦୦୦ ଟଙ୍କାରେ ପହଞ୍ଚିଛି। ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କା ଥିଲା। ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୦୦ ଟଙ୍କା ରହିଛି। ଯାହା ଗୁରୁବାର ୬,୫୭୦ ଟଙ୍କା ଥିଲା।

ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ହ୍ରାସ ଘଟିଛି। ଗୁରୁବାର ଭୁବନେଶ୍ୱରରେ ସୁନା ଦର ରେ ୧୨୦ ଟଙ୍କାର ବୃଦ୍ଧି ଘଟିଥିଲା। ସେପଟେ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କାର ହ୍ରାସ ଘଟିଛି। ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୫୯୦ ଟଙ୍କାରେ ପହଞ୍ଚିଛି।

ଯାହା ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୫,୮୨୦ ଟଙ୍କାରେ ବନ୍ଦ ହୋଇଥିଲା। ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି। ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୭୦୦ ଟଙ୍କାରେ ପହଞ୍ଚିଛି। ଯାହା ଗୁରୁବାର ଦିନ ୪୨,୦୦୦ ଟଙ୍କା ଥିଲା।

ସେପଟେ ଶୁକ୍ରବାର ଭୁବନେଶ୍ୱରରେ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି। ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥଲା। ଅନ୍ୟପଟେ ଶୁକ୍ରବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି। ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୫୦୦ ଟଙ୍କାରେ ପହଞ୍ଚିଛି। ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୪୦୦ ଟଙ୍କା ଥିଲା। ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୫୦ ଟଙ୍କା ରହିଛି। ଯାହା ଗୁରୁବାର ୬,୯୪୦ ଟଙ୍କା ଥିଲା।

ବନ୍ଧୁଗଣ, ଆଶା କରୁଛୁ ଆମର ଏହି ଆର୍ଟିକେଲଟି ଆପଣଙ୍କୁ ପସନ୍ଦ ଆସିଥିବ। ଯଦି ପସନ୍ଦ ଆସିବ ତେବେ ଲାଇକ ଏବଂ ସେୟାର କରିବାକୁ ଭୁଲିବେ ନାହିଁ । ଦୈନନ୍ଦିନ ଘଟୁଥିବା ଘଟଣାର ଖବର ସହିତ ଅପଡେଟ ରହିବା ପାଇଁ ପେଜ କୁ ଲାଇକ କରନ୍ତୁ ।